ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ, ଉପବାଚସ୍ପତି, କାକଟପୁରର ପୂର୍ବତନ ବିଧାୟକ ତଥା ବରିଷ୍ଠ ରାଜନେତା ସୁରେନ୍ଦ୍ର ନାୟକଙ୍କ ଆଜି ୯୩ ବର୍ଷ ବୟସରେ ଦେହାନ୍ତ ଘଟିଛି । ସ୍ୱର୍ଗତଃ ନାୟକ ଜଣେ ଲୋକପ୍ରିୟ ନେତା ଥିଲେ । ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ରାଜନୈତିକ ଓ ସମାଜ ସେବା କ୍ଷେତ୍ରରେ ସ୍ୱର୍ଗତଃ ନାୟକଙ୍କ ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ । ସ୍ୱର୍ଗତଃ ନାୟକଙ୍କ ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି । ସ୍ୱର୍ଗତଃ ନାୟକଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସ୍ୱର୍ଗତଃ ନାୟକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।