ଭୁବନେଶ୍ୱର: ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ହୋଇଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ତାଙ୍କ ସମର୍ଥକ ମାନଙ୍କ ଭିତରେ ଖୁସିର ମାହୋଲ ଦେଖିବାକୁ ମିଳିଛି । ସେହିଭଳି ଉପ ମୁଖ୍ୟ ସଚେତକ ଭାବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ କାର୍ଯ୍ୟ କରିବେ । ଉଭୟଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ଯ ନିଯୁକ୍ତି ଦେଇଛନ୍ତି । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।